CRIMEODISHATOP STORIES

ସ୍କୁଲ ଛାତ୍ରୀଙ୍କ ପ୍ରସବକୁ ନେଇ ଉତ୍ତେଜନା

ଦାରିଙ୍ଗବାଡ଼ି,୧୩।୧( ଓଡ଼ିଶା ଭାସ୍କର): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ବିଦ୍ୟାଳୟର ଛାତ୍ରୀନିବାସରେ ଜଣେ ଛାତ୍ରୀ ପ୍ରସବ କରିବା ଘଟଣାକୁ ନେଇ ଉତ୍ତେଜନା ଦେଖାଯାଇଛିା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀଙ୍କୁ ଉଦ୍ଧାର କରି ଥାନାକୁ ନେଇଛନ୍ତି। ଅନ୍ୟପଟେ ଅବିଭାବକ ମାନେ ମିଶି ପ୍ରଧାନ ଶିକ୍ଷୟତ୍ରୀଙ୍କ ସରକାରୀ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ବିଦ୍ୟାଳୟର ମୁଖ୍ୟଫାଟକ ସମ୍ମୁଖରେ ଟାୟାର ଜାଳି ବିକ୍ଷୋଭ କରିଛନ୍ତିା ଉତ୍ତ୍ୟକ୍ତ ଲୋକେ ୫୯ନଂ ଜାତୀୟ ରାଜପଥର ଚାରିଛକଠାରେ ଟାୟାରଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

Show More

Leave a Reply

Your email address will not be published. Required fields are marked *

Related Articles