fbpx

ଦୀକ୍ଷା ଆପ୍: ଅନଲାଇନରେ ପାଠ ପଢ଼ିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୭ା୪(ଓଡ଼ିଶା ଭାସ୍କର): କରୋନା ସତର୍କତା ନେଇ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି । ତେଣୁ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ କୌଣସି ବାଧା ନଉପୁଜିବା ପାଇଁ ଅନଲାଇନରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପାଠ ପଢ଼ିବେ । ଚଳିତବର୍ଷ ଦଶମ ଶ୍ରେଣୀକୁ ଉନ୍ନୀତ ହେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ଏହି ଅନଲାଇନ ଶିକ୍ଷା ମିଳିବ । ଦୀକ୍ଷା ଆପ ସାହାଯ୍ୟରେ ଶିକ୍ଷା ଦିଆଯିବ ।ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।
ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୦କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.