ODISHATOP STORIES

୧୬ ଘଣ୍ଟିଆ ଭବାନୀପାଟଣା ବନ୍ଦ ପାଳନ

ଭବାନୀପାଟଣା,୧୨।୨( ଓଡିଶା ଭାସ୍କର): ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ଘରଡ଼ିହ ପଟ୍ଟା ପ୍ରଦାନ କରିବା ଦାବିରେ ଭବାନୀପାଟଣାରେ ୧୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଜନ୍ମମାଟି ସୁରକ୍ଷା ସଂଗ୍ରାମ ସମିତି ପକ୍ଷରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାର ପ୍ରଭାବରେ ସହରର ସମସ୍ତ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଗାଡି ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଥିବାର ଦେଖିବାକୁ ମିଳିଛି । ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ଯୋଗୁଁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Close