fbpx

ଆଜି ସନ୍ଧ୍ୟାରେ କାଳବୈଶାଖୀ,ଘଡଘଡି ବିଜୁଳୀ ସହ ୪୦ କିଲୋମିଟର ବେଗରେ ପବନ

ଭୁବନେଶ୍ୱର,୧୫ ।୪(ଓଡିଶା ଭାସ୍କର): ଆଜି କୋରାପୁଟ, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ କାଳବୈଶାଖୀ ବର୍ଷା ହୋଇପାରେ। ସେହିପରି ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, କେନ୍ଦୁଝର ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ବର, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ୧୭ ତାରିଖ ବେଳକୁ ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର କିଛି ସ୍ଥାନରେ ପବନର ବେଗ ବଢ଼ିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ ବୋଲି ଆକଳନ କରାଯାଉଛି। ଏହି ଦିନ କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ୧୮ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କେଉଁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

Get real time updates directly on you device, subscribe now.