fbpx

ରାଜ୍ୟରେ ୧୦୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖାକୁ ୧୦୦କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର । ଏପେନଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ତାଙ୍କର ବୟସ ୫୨, ୨୩, ୪୯, ୫୭, ୩୯, ୫୦ବର୍ଷ । ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୬୫ରେ ରହିଛି । ସମସ୍ତ ଆକ୍ରାନ୍ତ କୋଲକାତାରୁ ଫେରିଥିବା ସୂଚନା ରହିଛି ।

Get real time updates directly on you device, subscribe now.