NATIONALTOP STORIES

ନିୟନ୍ତ୍ରଣ ହରାଇ ସ୍କୁଲ ଭିତରେ ପଶିଗଲା ବୋଲେରୋ : ୯ଜଣ ଶିଶୁ ମୃତ, ୨୦ରୁ ଊର୍ଦ୍ଧ୍ୱ ଗୁରୁତର

ବିହାରର ମୁଜାଫରପୁର ଜିଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ସ୍କୁଲ ଛାତ୍ରଙ୍କ ସମେତ ମୋଟ ୯ ଜଣ ପ୍ରାଣ ହରାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସ୍କୁଲରୁ ଛୁଟି ହୋଇ ଛାତ୍ରମାନେ ଘରକୁ ଫେରିବାକୁ ରାସ୍ତାପାରି ହେଉଥିବାବେଳେ ଏକ ବୋଲେରୋ ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ରାସ୍ତା ପାରି କରୁଥିବା ୨ ବ୍ୟକ୍ତିଙ୍କ ସମେତ ୭ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଜଣଙ୍କ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଉତ୍ତ୍ୟକ୍ତ ଲୋକେ ସ୍କୁଲରେ ଭଙ୍ଗାରୁଜା କରିଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Close