fbpx

ଅପରାହ୍ନ ୨ଟା ୩୦ସୁଦ୍ଧା ୬ଜିଲ୍ଲା ସାବଧାନ!

ଭୁବନେଶ୍ୱର, ୧୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି । ଏହାସହ ଆଜିଠାରୁ ରାଜ୍ୟରେ ଲଘୁଚାପ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି । ଆଜି ଅପରାହ୍ନ ୨ଟା ୩୦ସୁଦ୍ଧା ୬ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏଥିସହିତ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୬ଜିଲ୍ଲାଗୁଡ଼ିକ ଗଞ୍ଜାମ, ଗଜପତି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର । ଏହି ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.