fbpx

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୪ଜିଲ୍ଲା ସାବଧାନ! ପ୍ରବଳ ବର୍ଷା ଛେଚିବ

୧୬/୬(ଓଡିଶା ଭାସ୍କର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସକ୍ରିୟ ରହିଛି। ଏହି କାରଣରୁ ସାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିଛି। ଏନେଇ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୧୪ଟି ଜିଲ୍ଲା ମଧ୍ୟରେ ରହିଛି- କଟକ, ପୁରୀ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ସମେତ ମୟୂରଭଞ୍ଜ, ବରଗଡ଼, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝା‌ରସୁଗୁଡ଼ା, କେନ୍ଦୁଝର ।

ତେବେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଆହୁରି ବଢ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.