fbpx

ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୮ା୬(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ଶେଷ ହୋଇଛି । ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବେ ରାଜ୍ୟ ସରକାର । ଚଳିତବର୍ଷ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ପୂର୍ଣ୍ଣ ଭାବେ ପାଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ସେହି ବୈଠକରେ ଆଡ଼ଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟକାରୀ ଅଧିକାରୀ,ଉନ୍ନୟନ କମିଶନର ଓ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.