fbpx

ରାଜ୍ୟରେ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମ ଜିଲ୍ଲାରେ ୨ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଦୁଇ ଜଣ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୫୧ ବର୍ଷ ହୋଇଥିବା ତ ଆଉ ଜଣଙ୍କୁ ମାତ୍ର ୩୧ ବର୍ଷ ହୋଇଥିଲା । ଏହି କ୍ରମରେ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.