fbpx

ଖୁସି ଖବର: ରାଜ୍ୟରେ ଆଉ ୪୫୩ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୭ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୪୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗିରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ ୧୩ ଜଣ ଲେଖାଏଁ ଯାଜପୁର ଓ ଗଜପତିରୁ ୧୦ ଜର ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.