fbpx

ଖୁସି ଖବର: ରାଜ୍ୟରେ ଆଉ ୫୧୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୯ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଜି ଆଉ ୫୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୨ ହଜାର ୪୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡା ଓ ବରଗଡରୁ ୧୩ ଜଣ ଲେଖାଏଁ, ମୟୂରଭଞ୍ଜ ଓ ରାୟଗଡାରୁ ୯ ଜଣ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ ଜଣ ଲେଖାଏଁ, କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.