NATIONALPOLITICSTOP STORIES

ଲୋକସଭା ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କ ପରଲୋକ

କୋଲକାତା, ୧୩ା୮: ଲୋକସଭାର ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜର୍ୀଙ୍କର ସୋମବାର ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା । ହୃଦଘାତରେ ଆକ୍ରାନ୍ତ ହେବା ପରେ ତାଙ୍କୁ କୋଲକାତାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ରଖାଯାଇଥିଲା । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଆକ୍ରାନ୍ତ ଥିଲେ । ମଙ୍ଗଳବାର ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚାଟାର୍ଜୀ ୧୦ଥର ଲୋକସଭା ସାଂସଦ ହୋଇଥିଲେ ଓ ସିପିଆଇ(ଏମ)ର କେନ୍ଦ୍ରୀୟ କମିଟି ସଦସ୍ୟ ଥିଲେ । ୧୯୬୮ ମସିହାରେ ସେ ରାଜନୀତି ଦୁନିଅାଁରେ ପାଦ ରଖିଥିଲେ ।

Show More

Related Articles

Leave a Reply

Your email address will not be published. Required fields are marked *

Close