ENTERTAINMENTODISHATOP STORIES

ଓଲିଉଡ଼ ଅଭିନେତା ଦେବୁ ବୋଷଙ୍କ ପରଲୋକ

ଭୁବନେଶ୍ୱର, ୨୩।୮ ( ଓଡ଼ିଶା ଭାସ୍କର): ବରିଷ୍ଠ ଓଡ଼ିଆ ସିନେ ଅଭିନେତା ଦେବୁ ବୋଷଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।  ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା।ଗତ ଏପ୍ରିଲ ମାସରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।  ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।  ଏହା ପୂର୍ବରୁ ମଧ୍ୟ ସେ ୨ଥର ହୃଦ୍‌ଘାତର ଶିକାର ହୋଇଥିଲେ।୧୯୪୨ ମସିହା ଡିସେମ୍ବର ୨ ରେ ଜନ୍ମ ଗ୍ରହଣ କରିଥିବା ଅଭିନେତା ଦେବୁ ବୋଷ ୮୦ ଦଶକର ଚଳଚ୍ଚିତ୍ର ‘ତପସ୍ୟା’ରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ‘କାବେରୀ’, ‘ଗଙ୍ଗଶିଉଳି’, ‘ଚକାଭଉଁରି’, ‘ସହରୀ ବାଘ’, ‘ସୁନା ଚଢ଼େଇ’, ଓ ‘ପୁଅ ମୋର କଳା ଠାକୁର’  ଭଳି ହିଟ୍ ଫିଲ୍ମରେ ଅଭିନୟ କରିଥିଲେ।  ଦେବୁ ବୋଷ ନିଜ ଜୀବନ କାଳରେ ଶତାଧିକ ଓଡ଼ିଆ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ଓଡ଼ିଆ ଫିଲ୍ମରେ ବାପା ଭୂମିକାରେ ଅଭିନୟ କରି ନିଆରା ପରିଚୟ ସୃଷ୍ଟି କରିଥିଲେ।ତାଙ୍କ ମୃତ୍ୟୁ ଖବରକୁ ନେଇ ଓଡ଼ିଆ ସିନେ ଜଗତରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।୨୦୧୪ରେ ରିଲିଜ୍ ହୋଇଥିବା ଓଡ଼ିଆ ଫିଲ୍ମ ‘ରାସ୍ତା’ ହେଉଛି ତାଙ୍କ ଶେଷ ଚଳଚ୍ଚିତ୍ର।  ଖାଲି ଅଭିନୟ ନୁହେଁ ନୃତ୍ୟରେ ମଧ୍ୟ ସେ ନିପୁଣ ଥିଲେ।  ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Close