fbpx

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ରାୟଗଡ଼ା, ୯ା୨(ଓଡ଼ିଶା ଭାସ୍କର): ରାୟଗଡ଼ାରେ ରୋହିତ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ଏକ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି । ଯୁବକ ଜଣକ ଗୁରୁତର ଅବସ୍ଥାରେ ରାୟଗଡ଼ା ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଏହି ଛୁରାମାଡ଼ ଘଟଣାରେ ଥାନାରେ ଅଭିଯୋଗ ହୋଇଛି । ଏନେଇ ପୋଲିସ ଏହି ଘଟଣାର ତଦନ୍ତ କରିବା ସହ ତିନି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।

Get real time updates directly on you device, subscribe now.