CITY NEWSCRIMENEWSODISHATOP STORIES

ଡାକ୍ତରାଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର, ୧୪।୯ (ଓଡ଼ିଶା ଭାସ୍କର): ଭୁବନେଶ୍ୱର ସ୍ଥିତ ଶ୍ରୀ ବିହାର ଥରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ଏକ ଘର ମଧ୍ୟରୁ ଜଣେ ଡାକ୍ତରାଣୀଙ୍କ ମୃତଦେହ ଉଦ୍ଧାର ହୋଇଛି। ପଟିଆସ୍ଥିତ ଶ୍ରୀବିହାର ଭଡା ଘରୁ ତାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଡାକ୍ତରାଣୀଙ୍କ ଘର ପଶ୍ଚିମ ଓଡିଶାରେ ବୋଲି ଜଣାପଡିଛି। ମୃତ ଡାକ୍ତରାଣୀ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ କାର୍ୟ୍ୟ କରୁଥିଲେ। ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Close