fbpx

ଶେଷ ଦିନରେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ!

କାମାକ୍ଷାନଗର, ୨ା୩(ଓଡ଼ିଶା ଭାସ୍କର): କାମାକ୍ଷାନଗରରେ ମାଟ୍ରିକ ପ୍ରଶ୍ନପତ୍ର ଲିକ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସୂଚନା ରହିଛି । ମୋବାଇଲରୁ ମୋବାଇଳକୁ ଘୂରି ବୁଲୁଛି ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର । ସେଟ-ଏ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ସୂଚନା ମିଳିଛି । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଜଣାପଡ଼ିଛି ।

ଚଳିତବର୍ଷ ଗତ ୧୯ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୫ଲକ୍ଷ ୬୦ହଜାର ୯୦୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୨୮୮୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହାସହ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ନହେବା ପାଇଁ ଡ଼ିଜିଟାଲ ଲକ୍ ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଓ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଥିଲା ।

Get real time updates directly on you device, subscribe now.