ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ଜଣେ ପିଲା ସଂକ୍ରମିତ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୪୮୫ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୨୨୭ ଜଣ ରହିଥିବା ବେଳେ ୭୯ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ୬ ଜଣ, କଟକ, କେନ୍ଦ୍ରାପଡା, ନୂଆପଡା,ସମ୍ବଲପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ ଏବଂ ଷ୍ଟେଟପୁଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 3rd June
New Positive Cases: 12
Of which 0-18 years: 1
In quarantine: 7
Local contacts: 5(Details of local contacts will be shared by concerned Dist)
1. Cuttack: 1
2. Kendrapada: 1
3. Khurda: 6
4. Nuapada: 1— I & PR Department, Odisha (@IPR_Odisha) June 4, 2022