fbpx

ରାଜ୍ୟରେ କରୋନାରେ ପୁଣି ୨ଟି ମୁଣ୍ଡ ଗଡ଼ିଲା: ଆଜି ଚିହ୍ନଟ ହେଲେ ୩୬୬୪ ପଜିଟିଭ୍

ଭୁବନେଶ୍ୱର, ୧୮ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୩୬୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୭ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ମୃତକମାନେ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୪ ହଜାର ୮୨୫ ରହିଥିବା ବେଳେ ୨୧ ହଜାର ୪୩୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.