fbpx

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଓ ପୁରୀ ଜିଲ୍ଲାପାଳ

ପୁରୀ,(ଭାସ୍କର ନ୍ୟୁଜ୍‌) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ୍‌ । ଶ୍ରୀ ପାଣ୍ଡିଆନ୍‌ ଗୁରୁବାର ସନ୍ଧ୍ୟାରେ ପୁରୀ ଗସ୍ତ କରି ସେଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ସଂପର୍କରେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୫-ଟି ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବାବେଳେ ପୁରୀ ସହରର ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ।

୫-ଟି ସଚିବଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ପୂର୍ତ୍ତବିଭାଗର ବରିଷ୍ଠ ଅଧିକାରୀ ତଥା କାର୍ଯ୍ୟ ତ୍ୱରାନ୍ୱିତ କରିବା ଦାୟିତ୍ୱରେ ଥିବା ଟାଟା କମ୍ପାନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ୫-ଟି ସଚିବ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ପୁରୀ ଗସ୍ତକରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.