fbpx

ରାଜ୍ୟରେ ବଢୁଛି ମୃତ୍ୟୁ ସଂଖ୍ୟା: ଆଜି ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମରୁ ଆଜି ସର୍ବାଧିକ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.