fbpx

ରାଜ୍ୟରେ ଆଜି ୧୦ ଜଣଙ୍କର ପ୍ରାଣ ନେଲା କରୋନା

ଭୁବନେଶ୍ୱର,୧୬ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୯୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ବରରୁ ୨, ଗଞ୍ଜାମରୁ ୨ ଓ ଭଦ୍ରକ, ବଲାଙ୍ଗିର, କଟକ, ଯାଜପୁର, କନ୍ଧମାଳ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କୋରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.