fbpx

ଆଜି ପୁଣି ରାଜ୍ୟରେ ୧୦ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୮ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ୨, କଟକ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.