fbpx

ରାଜ୍ୟରେ ଆଜି ୧୦ ଜଣଙ୍କର ପ୍ରାଣ ନେଲା କରୋନା

ଭୁବନେଶ୍ୱର,୨୩ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୨୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ରାୟଗଡାରୁ ୨, କଟକରୁ ୨, ବଲାଙ୍ଗୀର, ଗଜପତି ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.