fbpx

ରାଜ୍ୟରେ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ ୨, ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି, ମୟୂରଭଞ୍ଜ ଓ ସୁବର୍ଣ୍ଣପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.