ସମ୍ବଲପୁର : ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଏହି ସବୁକୁ ଦୃଷ୍ଟିରେ ରଖି ହୀରାକୁଦରେ ୧୦ଟି ଗେଟ ଖୋଲା ଯାଇଛି । ସକାଳ ୬ଟା ସୁଦ୍ଧା ଡ୍ୟାମର ଜଳସ୍ତର ୬୨୮.୬୭ ଫୁଟ ରହିଛି । ହୀରାକୁଦ ଡ୍ୟାମରେ ୮୯,୩୯୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨,୦୩,୭୫୨ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
ସୂଚନା ଅନୁଯାୟୀ, ରାଜ୍ୟରେ ଲଘୁଚାପ ଜିନିତ ବର୍ଷା ଯୋଗୁଁ ଆଜି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ସହିତ ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ବଲାଙ୍ଗୀରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଜଗତସିଂହପର, କଟକ, ଯାଜପୁର, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା କରି ପଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି । ଏହି ଜିଲ୍ଲା ଗୁଡିକରେ ୭ରୁ ୧୧ ସେମି ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛନ୍ତି ।