fbpx
BSKY SKY
BSKY SKY

ଏସିଆନ ଗେମ୍ସ ପାଇଁ ଓଡ଼ିଆ ଖେଳାଳିଙ୍କୁ ମିଳିବ ୧୦ ଲକ୍ଷ ଲେଖାଏଁ ଅର୍ଥ ସହାୟତା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

BSKY

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍): ଏସିଆନ ଗେମ୍ସ ପାଇଁ ଚୟନ ଓଡ଼ିଆ ଖେଳାଳିଙ୍କୁ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୩ ଜଣ ଖେଳିଳାଙ୍କୁ ୧୦ଲକ୍ଷ ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା ହୋଇଛି । ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ ପାଇଁ ଏହି ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଆର୍ଥିକ ସହାୟତା ଘୋଷଣା କରିଥିବା ବେଳେ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ଯାଏ ଏସିଆନ ଗେମ୍ସ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି ।

ଏସିଆନ ଗେମ୍ସ ପାଇଁ ଚୟନ ହୋଇଥିବା ୧୩ ଖେଳାଳିଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି । ସେହି ୧୩ଜଣ ଖେଳାଳି ହେଉଛନ୍ତି କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ ଏବଂ ମାମା ନାଏକ । ପ୍ରତି ଖେଳାଳୀଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ମିଳିବା ନେଇ ଘୋଷଣା କରାଯାଇଛି ।

ତେବେ ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ମିଳିବା ଦ୍ଵାରା ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଆହୁରି ଭଲ ହେବ । ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.