fbpx

ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ସବୁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଘୋଷଣା କରାଯାଇଛି। ସେନାବାହିନୀରେ ଭର୍ତ୍ତି ହୋଇ ନଥିବା ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି । ବୟସ କ୍ଷେତ୍ରରେ ମଧ୍ୟ ୫ ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସିଆରପିଏଫ ମହାନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି ଯେ, ପୂର୍ବତନ ଅଗ୍ନିବୀରଙ୍କୁ କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ (ସିଆରପିଏଫ), ସଶସ୍ତ୍ର ସୀମା ବଳ (ଏସଏସବି), ରେଳବାଇ ସୁରକ୍ଷା ବଳ (ଆରପିଏଫ), କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ) ଓ ସୀମା ସୁରକ୍ଷା ବଳ (ବିଏସଏଫ)ରେ ୧୦% ସଂରକ୍ଷଣ ଓ ବୟସ କୋହଳ କରାଯିବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି। ପ୍ରଥମ ବ୍ୟାଚର ଅଗ୍ନିବୀର ମାନେ ଯଦି ସିଆରପିଏଫରେ ଯୋଗ ଦେବେ, ସେ କ୍ଷେତ୍ରରେ ୫ ବର୍ଷ ବୟସ କୋହଳ କରାଯିବ। ଏହାଛଡା ସେମାନଙ୍କ ମନୋନୟନ ପାଇଁ ୧୦% ଚାକିରୀରେ ସଂରକ୍ଷଣ ମଧ୍ୟ ଲାଗୁ ହେବ। ସେମାନଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ମଧ୍ୟ ଦେବାକୁ ପଡିବ ନାହିଁ। ସେହିପରି ଦ୍ଵିତୀୟ ବ୍ୟାଚ ଅଗ୍ନିବୀରଙ୍କ ପାଇଁ ୩ ବର୍ଷ ବୟସ ସୀମା କୋହଳ କରାଯିବ ବୋଲି ସିଆରପିଏଫ ମହାନିର୍ଦ୍ଦେଶକ ପ୍ରକାଶ କରିଛନ୍ତି।

Get real time updates directly on you device, subscribe now.