fbpx

ଦେଶରେ ୨୪ ଘଣ୍ଟାରେ ୧୦୦ ମୃତ, ୧୧ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୭ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୯୧୩କୁ ବୃଦ୍ଧି ପାଇଛି । ଦିନକରେ ୧୧ ହଜାର ୬୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୩୭ ହଜାର ୩୨୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୬ ହଜାର ୫୪୯ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୪୪ ହଜାର ୮୫୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.