ଦେଶରେ ୨୪ ଘଣ୍ଟାରେ ୧୦୦ ମୃତ, ୧୮ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୭ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୬୫୬କୁ ବୃଦ୍ଧି ପାଇଛି । ଦିନକରେ ୧୮ ହଜାର ୭୧୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୧୦ ହଜାର ୭୯୯ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୫୨୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୬୮ ହଜାର ୫୨୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।