fbpx

ଦେଶରେ ଆଜି ୪୮,୭୮୬ ପଜିଟିଭ୍ ଚିହ୍ନଟ, ୧୦୦୫ ମୃତ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୦୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯କୁ ବୃଦ୍ଧି ପାଇଛି । ଦିନକରେ ୪୮ ହଜାର ୭୮୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪ ଲକ୍ଷ ୧୧ ହଜାର ୬୩୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୨୫୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩ କୋଟି ୫୭ ଲକ୍ଷ ୧୬ ହଜାର ୧୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.