fbpx

ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୩।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି ।    ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ମଧ୍ୟରୁ  ଯାଜପୁର ରୁ ୭ , ସୁନ୍ଦରଗଡରୁ ୭ ଓ କେନ୍ଦୁଝରରେ ୨ ନୂଆ ଗଂଜାମରେ ୫୨ ନୂଆ , ବାଲେଶ୍ୱର ରେ ୩୩ ନୂଆ ପଜିଟିଭ୍ କେସ ରହିଛି। ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୪୧୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.