fbpx

ଦେଶରେ ୨୪ ଘଣ୍ଟାରେ ୧୦୧ ମୃତ, ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୦ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୨୧୨କୁ ବୃଦ୍ଧି ପାଇଛି । ଦିନକରେ ୧୩ ହଜାର ୯୯୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୭୭ ହଜାର ୩୮୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୩ ହଜାର ୧୨୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୭୮ ହଜାର ୪୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.