fbpx

ଭୁବନେଶ୍ୱରରୁ ଆଜି ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୭ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୨ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୫୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୫୭ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୨୯୬ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.