fbpx

ରାଜ୍ୟରେ ଆଉ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରର ୩୧, ଜଗତସିଂହପୁରରୁ ୨୩, ଭଦ୍ରକରୁ ୨୧, କେନ୍ଦ୍ରାପଡ଼ାରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ, ଖୋର୍ଦ୍ଧା ଓ ପୁରୀରୁ ୪ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୫ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୭ଜଣ ସୁସ୍ଥ ହୋଇଛନ୍ତି ଓ ୫ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୯୬ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.