fbpx

ଦେଶରେ ମୃତ୍ୟୁସଂଖ୍ୟା ହଜାରେ ଟପିଲା, ଆଜି ୧୦୨୭ ଜଣଙ୍କ ମୃତ୍ୟୁ, ୧.୮୪ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ, ୧୪ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୨ ହଜାର ୮୫କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୮୪ ହଜାର ୩୭୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୮ ଲକ୍ଷ ୭୩ ହଜାର ୮୨୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୬୫ ହଜାର ୭୦୪ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩୬ ହଜାର ୩୬ରେ ପହଞ୍ଚିଛି । ୧୧ କୋଟି ୧୧ ଲକ୍ଷ ୭୯ ହଜାର ୫୭୮ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.