ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୨ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୯୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩୪ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୮ ହଜାର ୬୦୧ ରହିଥିବା ବେଳେ ୧୫ ହଜାର ୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 1st August
New Positive Cases: 1032
In quarantine: 598
Local contacts: 434(Details of local contacts will be shared by concerned Dist Administration)
District Wise Cases:
1. Angul: 48
2. Balasore: 36
3. Bargarh: 8
4. Bhadrak: 47
5. Balangir: 4— I & PR Department, Odisha (@IPR_Odisha) August 2, 2021
22. Mayurbhanj: 20
23. Nawarangpur: 6
24. Nayagarh: 30
25. Nuapada: 1
26. Puri: 82
27. Rayagada: 8
28. Sambalpur: 19
29. Sonepur: 10
30. Sundargarh: 23
31. State Pool: 50New recoveries: 1773
Cumulative tested: 16164543
Positive: 979737
Recovered: 958601
Active cases: 15050— I & PR Department, Odisha (@IPR_Odisha) August 2, 2021