fbpx

ଦୈନିକ ହଜାରେ ଟପୁଛି ଭୁବନେଶ୍ୱରର ସଂକ୍ରମଣ: ଆଜି ୧୦୩୪ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୮ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୮୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୧୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୨ ହଜାର ୫୩୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୨ ହଜାର ୧୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୦୭୫ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.