fbpx

ଦେଶରେ ୨୪ ଘଣ୍ଟାରେ ୧୦୪ ମୃତ, ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୪ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୫୬୭କୁ ବୃଦ୍ଧି ପାଇଛି । ଦିନକରେ ୧୩ ହଜାର ୭୪୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୩୦ ହଜାର ୧୭୬ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୯୦୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୨୬ ହଜାର ୭୦୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.