fbpx

ଭୁବନେଶ୍ୱରରେ ଆଜି ବି ହଜାରେ ଟପିଲା ସଂକ୍ରମଣ: ୧୦୪୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୭ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୪୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୧ ହଜାର ୪୯୬ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୧ ହଜାର ୧୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୦୬୦ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.