fbpx

ଓଡ଼ିଶାରୁ ଆଜି ୧୦୬୫ କରୋନା ପଜିଟିଭ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ଦୈନିକ କରୋନା ସଂକ୍ରମଣ ପୁଣିଥରେ ୧୦୦୦ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୬୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୪୧ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୬୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୨୨ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୩୫, ଷ୍ଟେଟପୁଲରୁ ୭୬, ସୁନ୍ଦରଗଡରୁ ୧୧୧, ମୟୂରଭଞ୍ଜରୁ ୫୨, ସୋନପୁରରୁ ୩୧, ସମ୍ବଲପୁରରୁ ୫୮, ପୁରୀରୁ ୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୮, ୨୪୦କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୫୩୭୬ ରହିଛି । ୨୪ ଘଣ୍ଟା ମଧ୍ୟରେ ୫୧୪ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୩,୬୮୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.