fbpx

ଭୁବନେଶ୍ୱରରେ କମୁନି ସଂକ୍ରମଣ ! ଆଜି ୧୦୭୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୯୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୯ ହଜାର ୩୩୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୯ ହଜାର ୬୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୯,୪୧୯ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୫ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.