fbpx
BJD SKY
BJD SKY

ଆଜି ବି ହଜାରେ ଟପିଲା ଭୁବନେଶ୍ୱର ସଂକ୍ରମଣ: ୧୦୮୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

BJD

ଭୁବନେଶ୍ୱର,୯ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୮୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୦୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୩ ହଜାର ୬୧୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୩ ହଜାର ୦୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୦୨୫୨ ଜଣ ଚିକିତ୍ସିତ ହେଉଥିବା ବେଳେ ୨୮୦ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.