ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୭ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୩୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୫ ହଜାର ୮୨୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୬ ହଜାର ୯୨୮ ରହିଥିବା ବେଳେ ୧୨ ହଜାର ୪୮୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 6th August
New Positive Cases: 1096
In quarantine: 637
Local contacts: 459(Details of local contacts will be shared by concerned Dist Administration)
District Wise Cases:
1. Angul: 40
2. Balasore: 77
3. Bargarh: 11
4. Bhadrak: 21
5. Balangir: 7— I & PR Department, Odisha (@IPR_Odisha) August 7, 2021
22. Nayagarh: 29
23. Nuapada: 2
24. Puri: 48
25. Rayagada: 6
26. Sambalpur: 8
27. Sonepur: 2
28. Sundargarh: 20
29. State Pool: 82New recoveries: 1558
Cumulative tested: 16491415
Positive: 985827
Recovered: 966928
Active cases: 12480— I & PR Department, Odisha (@IPR_Odisha) August 7, 2021