fbpx

ବଡ ଖବର: ରାଜ୍ୟରେ ପୁଣି ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର,୧୦ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି କଟକ, ପୁରୀ ଓ ଭୁବନେଶ୍ୱରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, କୋରାପୁଟ,ଭଦ୍ରକ, ରାୟଗଡା, ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.