ରାଜ୍ୟରେ ୧୧ ଜୀବନ ନେଲା କରୋନା

0 331

ଭୁବନେଶ୍ୱର,୧୪ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କନ୍ଧମାଳ, ନୟାଗଡ,ମୟୂରଭଞ୍ଜ, ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.