fbpx
BSKY
BJD YOUTH SKY
BJD MS SKY

ରାଜ୍ୟରେ ୧୩୦୦ ଡେଇଁଲା ମୃତ୍ୟୁ ସଂଖ୍ୟା: ଆଜି ୧୧ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩୦ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡା, ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.