ଭୁବନେଶ୍ୱର: ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ନିଆଯାଇଛି।
୮ KBK ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ମିଳିବ ଏହି ସୁବିଧା। ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ଏହି ସୁବିଧା ମିଳିବ। ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ।