fbpx

୧୧,୦୦୬ ନର୍ସିଂ ଅଫିସର ପଦବୀ ସୃଷ୍ଟି, ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାକୁ ଉଦ୍ୟମ କରାଯାଉଛି । ଏହି ପରିପ୍ରେକ୍ଷୀରେ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।

ଏହି ପଦବୀଗୁଡ଼ିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଏବଂ ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ । ଏହିସବୁ ପଦବୀ ଗୁଡ଼ିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ । ଓଡ଼ିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡ଼ିକ ପୂରଣ କରାଯିବ । ଏହି ନୂତନ ପଦବୀଗୁଡ଼ିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୮୭୪ଟି, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ରରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

 

Get real time updates directly on you device, subscribe now.