fbpx

୨୪ ଘଣ୍ଟାରେ ୧୧୦ ମୃତ, ୧୧ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୩ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୫୯୬କୁ ବୃଦ୍ଧି ପାଇଛି । ଦିନକରେ ୧୧ ହଜାର ୩୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭ ଲକ୍ଷ ୭୭ ହଜାର ୨୮୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୦ ହଜାର ୫୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪ ଲକ୍ଷ ୬୨ ହଜାର ୬୩୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.